January 24, 2026

୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ

1 min read

ନୂଆଦିଲ୍ଲୀ : ସଂସଦରେ ୨୦୨୫-୨୬ ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏଥର ବଜେଟରେ ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ ଘୋଷଣା କରାଯାଇଛି। କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି। କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିଛି। ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫ ପ୍ରତିଶତ ଟିକସ ରହିଛି। ୧୬ ଲକ୍ଷ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ ପ୍ରତିଶତ ଟିକସ ରହିଛି। ସେହିପରି ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫ ପ୍ରତିଶତ ଟିକସ ରହିଛି। ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ ପ୍ରତିଶତ ରହିଛି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ।