December 4, 2024

ନଭେମ୍ବର ୪ ଏବଂ ୧୧ରେ ବନ୍ଦ ରହିବ ଗ୍ରିଭାନ୍ସ ସେଲ

1 min read

ଭୁବନେଶ୍ୱର : ଆସନ୍ତା ନଭେମ୍ବର ୪ ଏବଂ ୧୧ ତାରିଖ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ୟୁନିଟ୍-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସରକାରୀ ଓ ବ୍ୟକ୍ତିଗତ କାର୍ଯ୍ୟ ପାଇଁ ଏହି ଦୁଇ ଦିନ ବନ୍ଦ ରହିବ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ