June 30, 2025

ଗୋଚର ଜମିରେ ଘର କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

1 min read

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହରିଜନ ସାହିରେ ଅଭାବନୀୟ ଘଟଣା ଘଟିଛି। ଗୋଚର ଜମିରେ ଘର କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟ ଗୋଷ୍ଠୀରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ପୂର୍ବରୁ ଅଷ୍ଟପ୍ରହରୀ ନାମଯଜ୍ଞ ହେଉଥିବା ସ୍ଥାନରେ କିଛି ଲୋକ ଘର କରି ରହି ଆସୁଛନ୍ତି। ଯାହାକୁ ଗୋଟିଏ ଗୋଷ୍ଠୀ ବିରୋଧ କରିଥିଲା। ଏହାପରେ ଉଭୟ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଦେଖାଦେଇଥିଲା। ଉଭୟ ଗୋଷ୍ଠୀର ପ୍ରାୟ ୧୫ ଜଣ ବ୍ୟକ୍ତି ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ମାର୍ଶାଘାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ମାର୍ଶାଘାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି