October 23, 2024

ବିଭାଗ ବାଣ୍ଟିଲେ ରାଜ୍ୟ ସରକାର

1 min read

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି) ଗତ ୧୨ ତାରିଖ ଦିନ ରାଜ୍ୟରେ ସରକାର ଗଢ଼ିଲା ପରେ ଆଜି ବିଭାଗ ବଣ୍ଟନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ଗୃହ, ସାଧାରଣ ପ୍ରଶାସନ, ଅର୍ଥ, ସୂଚନା ଓ ପ୍ରସାରଣ ବିଭାଗ ରହିଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ପାଖରେ ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରହିଛି। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବିଭାଗ ମିଳିଥିବା ବ‌େଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମିଳିଛି।

ରାଜଭବନ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ କ୍ୟାବିନେଟ୍‌ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ରବି ନାରାୟଣ ନାୟକଙ୍କୁ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ, ନିତ୍ୟାନନ୍ଦ ଗଣ୍ଡଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତୀକରଣ, କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ, ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଆଇନ୍‌, ପୁର୍ତ୍ତ ଓ ଅବକାରୀ, ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍‌ ଓ ସୂଚନା ପ୍ରଯୁକ୍ତି, ବିଭୁତି ଭୁଷଣ ଜେନାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ଏବଂ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ବିଭାଗ ମିଳିଛି।

ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଥିବା ୫ ଜଣଙ୍କୁ ମଧ୍ୟ ଆଜି ବିଭାଗ ମିଳିଛି। ଏହି କ୍ରମରେ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା, ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ପ୍ରଦୀପ ବଳସମାନ୍ତଙ୍କୁ ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ, ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ସମ୍ପଦ କୁମାର ସ୍ୱାଇଁଙ୍କୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମିଳିଛି।

Leave a Reply

Your email address will not be published. Required fields are marked *