October 23, 2024

ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ

1 min read

ପୁରୀ: ଦୀର୍ଘ ୫୩ ବର୍ଷ ପରେ ପଡୁଛି ବିରଳ ସଂଯୋଗ | ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା । ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ । ଚଳିତ ବର୍ଷ ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ଗତକାଲି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି ।

ସେହିପରି ଛତିଶା ନିଯୋଗ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଦିନ ଗୋଟାଏ ୧୦ ମିନିଟ ରେ ପହଣ୍ଡି ଆରମ୍ଭ ପାଇଁ ସମୟ ଧାର୍ଯ୍ୟ ହୋଇଛି । ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ସରିବ । ଅପରାହ୍ନ ୪ଟାରେ ଆରମ୍ଭ ହେବ ଗଜପତିଙ୍କ ଦ୍ୱାରା ଛେରାପହଁରା। ୪ଟା ୩୦ରେ ରଥରୁ ଚାର ଫିଟା ହୋଇ ଘୋଡ଼ାରେ ସାରଥି ଲାଗିବେ । ଏହାପରେ ଅପରାହ୍ନ ୫ଟାରେ ରଥ ଟଣା ଆରମ୍ଭ ନେଇ ନୀତି ନିର୍ଘଣ୍ଟ ହୋଇଛି । ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ୧୯୭୧ ମସିହା ରଥଯାତ୍ରା ଦିନର ନୀତି ନିର୍ଘଣ୍ଟ ଅନୁଯାଇ ଚଳିତ ବର୍ଷ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଥିବା ଜଣାପଡିଛି। ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ହେବ ଶ୍ରୀଜୀଉଙ୍କ ସୁନାବେଶ ।

Leave a Reply

Your email address will not be published. Required fields are marked *