March 10, 2026

ବଢ଼ୁଛି ଜଳସ୍ତର, ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍

1 min read

ହୀରାକୁଦ: ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଦିନ ହୀରାକୁଦର ଆଉ ୪ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି।

ଆଗକୁ ବର୍ଷା ସମ୍ଭାବନା ଥିବାରୁ ଆବଶ୍ୟକ ପଡ଼ିଲେ ଅଧିକ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ରଞ୍ଜନ କୁମାର ମହାନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟ ରହିଥିବାବେଳେ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମହାନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଥିବାରୁ ନଦୀକୂଳିଆ ଲୋକଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *