September 6, 2026

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ।

1 min read

ଭୁବନେଶ୍ୱର: ଆଜି ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ୮ ତାରିଖରୁ ରାଜ୍ୟରେ ଝଡ଼ବର୍ଷା ଆଶଙ୍କା ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଓଡିଶାର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।