July 26, 2024

ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ

1 min read

CREATOR: gd-jpeg v1.0 (using IJG JPEG v62), quality = 75

ଭୁବନେଶ୍ୱର : ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ରବିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଶୁକ୍ରବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ ଠାରୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ମିଳିଛି। ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧ଟା ୩୦ ସୁଦ୍ଧା ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସଏମଏସରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣି ପାରିବେ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଅପରାହ୍ଣରେ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ସାର୍ଟିଫିକେଟ୍ ମିଳିବ।

୫୬୭୬୭୫୦କୁ ଏସଏମଏସ କରି ରେଜଲ୍ଟ ପାଇପାରିବେ। ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରି ପାରିବେ ଛାତ୍ରଛାତ୍ରୀ। ମଧ୍ୟମା ଓ ଏସଓଏସସି-୧ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ୨୯/୫ରୁ ୧୨/୬ ମଧ୍ୟରେ ଚେକିଂ ପାଇଁ ଛାତ୍ରଛାତ୍ରୀ ଆବେଦନ କରି ପାରିବେ।

Leave a Reply

Your email address will not be published. Required fields are marked *