October 25, 2024

ଜୁନ ୨୩ ଯାଏଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

1 min read

ଭୁବନେଶ୍ୱର : ରାଜ୍ୟ ର ବିଭିନ୍ନ ସ୍ଥାନରେ ରେ ବର୍ଷ ହେବାର ସମ୍ଭାବନା ରହିଛି | ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ମଙ୍ଗଳବାର ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ଅହସ୍ୟ ଗରମ ଏବଂ ଗୁଳୁଗୁଳିରୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଜୁନ ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ମଙ୍ଗଳବାର ଦିନ କେବଳ ଦେବଗଡ଼, ବରଗଡ଼ ଏବଂ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳକୁ ଛଡ଼ି ରାଜ୍ୟ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଜୁନ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ଜୁନ ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାଗଡ଼ା, ଯାଜପୁର, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, କନ୍ଧାମାଳ ଓ କଳାହାଣ୍ଡି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଜୁନ ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ ଗଞ୍ଜାମ ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଜୁନ ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଓ ବାଲେଶ୍ଵର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଜୁନ ୨୨ରୁ ୨୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *