ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ
1 min readଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ଆଜିର ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିବାରୁ ଏହା ଜନ୍ମାଷ୍ଟମୀ ଭାବରେ ପାଳନ କରାଯାଏ । ଏହାକୁ ସାରାଦେଶରେ ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳନ କରିଥାନ୍ତି । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ ମଥୁରାରେ କଂସର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । କିନ୍ତୁ ଜନ୍ମପରେ ବୃନ୍ଦାବନରେ ତାଙ୍କର ଶୈଶବ ଲୀଳା ପ୍ରକଟ କରିଥିଲେ । ତେଣୁ ଏହି ଉତ୍ସବକୁ ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ଓ ବୃନ୍ଦାବନରେ ମହାଆଡମ୍ବରରେ ପାଳନ କରାଯାଇଥାଏ ।
ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି। ସଂନ୍ଧ୍ୟାଧୂପ ଶେଷ ହେବା ପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ଼ ଭୋଗ ସହ ଗର୍ଭଉଦକ ବନ୍ଦାପନା ନୀତି କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ୱାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ଡାର ଘର ସମ୍ମୁଖ ଭାଗରେ ପୂଜାପଣ୍ଡା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ଡଳୀ ଅଙ୍କନ କରିବେ।
ପବିତ୍ର ଜନ୍ମାଷ୍ଟମୀ ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଦେବକୀ ନନ୍ଦନଙ୍କର ଜନ୍ମଦିନ ପାଳନ ପୂର୍ବକ ସାରା ଦେଶରେ ଜନ୍ମାଷ୍ଟମୀ ପାଳନ କରାଯାଉଥିବା ବେଳେ କୃଷ୍ଣ ଜନ୍ମକୁ ସମସ୍ତେ ଅପେକ୍ଷା କରିଛନ୍ତି ।
ଏହି ଅବସରରେ ସୁଦର୍ଶନ ତାଙ୍କ ନିଆରା ବାଲୁକାକଳାରେ ଲହୁଣୀ ମାଟି ସରାକୁ ସ୍ଥାନ ଦେବାସହ ଜନ୍ମାଷ୍ଟମୀର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଅନ୍ୟପଟେ ନିକଟରେ ଘଟିଥିବା କଲିକତା ଡାକ୍ତରୀ ଛାତ୍ରୀକୁ ଦୁଷ୍କର୍ମ ଘଟଣାକୁ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ନିନ୍ଦା କରିବା ସହିତ ଡାକ୍ତର ଓ ସାଧାରଣ ମହିଳାମାନେ ଭଗବାନ କୃଷ୍ଣକୁ ପ୍ରଣାମ କରି ଦୁଃଖ ଜଣାଇବା ସହ kill the evi ର ବାର୍ତ୍ତା ଦେଖିବାକୁ ମିଳିଛି।
ପରେ କଂସର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ଗୋପପୁରରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ବର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ ।