ରାଜ୍ୟରେ ଅସମ୍ଭାଳ ଖରା : ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ
1 min read
ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସୂଚନା ଥାଉକି, ମଙ୍ଗଳବାର ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଯାଜପୁର, ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।