January 27, 2026

ଅର୍ଥ ହେରଫେର ଅଭିଯୋଗରେ ନୀଳଗିରି ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ଉ

1 min read

ନୀଳଗିରି: ଅର୍ଥ ହେରଫେର କରିବା ଅଭିଯୋଗରେ ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଜିଲ୍ଲାପାଳ ପରୀକ୍ଷିତ ଜେନାଙ୍କ ଘରେ ବୁଧବାର ଦିନ ଚଢ଼ଉ କରିଛି ଭିଜିଲାନ୍ସ ବିଭାଗ। ଓମ୍ବାଡସି ପାଣ୍ଠିରୁ ଏକ କୋଟିରୁ ଅଧିକ ଟଙ୍କା ହେରଫେର କରାଯାଇଥିବା ଅଭିଯୋଗ ପରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ କରାଯାଇଛି।

ପରୀକ୍ଷିତ ଜେନା ସିମୁଳିଆ ବିଡିଓ ଥିବା ସମୟରେ ଓମ୍ବାଡସି ପାଣ୍ଠିରୁ ଏକ କୋଟିରୁ ଅଧିକ ଟଙ୍କା ହଡ଼ପ କରିଥିବା ନେଇ ଅଭିଯୋଗ ହୋଇଥିଲା। ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷରେ ସୁଳିଆପଦା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାମ ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। ତେବେ କୌଣିସ କାମ କରାନଯାଇ ପାଣ୍ଠିରୁ ଟଙ୍କା ଉଠାଯାଇଥିବା ଅଭିଯୋଗ ହୋଇଥିଲା।

ଏହି ଅଭିଯୋଗର ସତ୍ୟାସତ୍ୟ ଜାଣିବା ପାଇଁ ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋଳତାଡ଼ ଜାରି ରହିଛି। ଉପଜିଲ୍ଲାପାଳଙ୍କ ବିଭିନ୍ନ ଠିକଣା ଉପରେ ଚଢ଼ଉ ଜାରି ରହିଛି। ଏହି ଚଢ଼ଉରେ ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀମାନେ ନିୟୋଜିତ ଅଛନ୍ତି।

Leave a Reply

Your email address will not be published. Required fields are marked *