June 23, 2026

ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ୱେଲନେସ୍‌ ସେଂଟର

1 min read

ଭୁବନେଶ୍ୱର: ଆଗାମୀ ଦୁଇ ବର୍ଷରେ ପ୍ରତି ପଞ୍ଚାୟତରେ ଥିବ ହେଲ୍‌ଥ ଆଣ୍ଡ ୱେଲନେସ ସେଣ୍ଟର ଖୋଲାଯିବ। ନ୍ୟାସନାଲ ଡାଏଲିସିସ ମିସନ ଅଧୀନରେ ରାଜ୍ୟରେ ପିପିପି ମୋଡରେ ଡାଏଲିସିସ ସେଣ୍ଟର ଖୋଲାଯିବ। ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ରବିବାର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି। ସେ କହିଛନ୍ତି ଯେ, ସ୍ୱାସ୍ଥ୍ୟ ସଂରଚନାକୁ ସୁଦୃଢ଼ କରିବା ପାଇଁ ସରକାରର ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଏବେ ରାଜ୍ୟରେ ଏବେ ପ୍ରାୟ ୧୧ଶହ ଥିବା ବେଳେ ଆଗାମୀ ପାଂଚ ବର୍ଷରେ ଏହାକୁ ଦ୍ୱିଗୁଣିତ କରାଯିବ। ଏହାଛଡା ଆଗାମୀ ଦିନରେ ରାଜ୍ୟରେ ପ୍ରତି ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବା ପାଇଁ ସରକାର କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି।