March 10, 2026

ମାଟି ତଳେ ଚାପି ହୋଇଗଲେ ଶ୍ରମିକ

1 min read

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। କାମ କରୁଥିବା ବେଳେ ମାଟି ଅତଡ଼ା ଖସିଛି। ଏଥିରେ ଦୁଇ ଜଣ ଶ୍ରମିକ ଚାପି ହୋଇଯାଇଥିଲେ। ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଅଗ୍ନିଶମ ବାହିନୀ ଏବଂ ପୁଲିସ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।