January 22, 2026

ଆସନ୍ତାକାଲି ଘନ କୁହୁଡ଼ି ପାଇଁ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

1 min read

ଭୁବନେଶ୍ୱର: ମାଘ ମାସରୁ ଅନୁଭୂତ ହେଲାଣି ଖରା ପ୍ରକୋପ। ହେଲେ ସକାଳୁ ସକାଳୁ କଲବଲ କରୁଛି ଘନ କୁହୁଡ଼ି ପ୍ରଭାବ। ଆସନ୍ତାକାଲି, ମଙ୍ଗଳବାର ଘନ କୁହୁଡ଼ି ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ଵର ଓ ଢେଙ୍କାନାଳ।

ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଏହି ସମୟରେ ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।